ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୩୮୬, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୯

ଭୁବନେଶ୍ୱର: ରାଜ୍ୟରେ ଆଜି ୩୮୬ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୯ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୬୧୭ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୦୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୨୫, ଝାରସୁଗୁଡ଼ାରୁ ୨୩, ସମ୍ବଲପୁରରୁ ୧୫, ବାଲେଶ୍ୱରରୁ ୧୨, ଅନୁଗୁଳ, ପୁରୀରୁ ୧୧-୧୧, ମୟୂରଭଂଜରୁ ୯, ଢେଙ୍କାନାଳରୁ ୯, ଢେଙ୍କାନାଳରୁ ୮, ଜଗତସିଂହପୁରରୁ ୭, ମୟୂରଭଂଜ, ନୟାଗଡ଼ରୁ ୪-୪, ଗଂଜାମରୁ ୩, ଭଦ୍ରକରୁ ୨, ବରଗଡ଼, ଦେବଗଡ଼ରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୦ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୪୭୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୫୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୧୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ପ୍ରଥମ ଲହରର ପିକ୍ ଅତିକ୍ରମ କରିଛି। ୨୦୨୦ ସେପ୍ଟେମ୍ବର ୨୫ ତାରିଖରେ ୪୩୫୬ ଥିଲା।

ସମ୍ବନ୍ଧିତ ଖବର