ସୁସ୍ଥ ହେଲେ ୫୦ କରୋନା ଆକ୍ରାନ୍ତ, ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୯୩

ସୁସ୍ଥ ହେଲେ ୫୦ କରୋନା ଆକ୍ରାନ୍ତ, ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୯୩

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ବଡ ଖବର | ଏକା ସାଙ୍ଗରେ ସୁସ୍ଥ ହେଲେ ୫୦ କରୋନା ଆକ୍ରାନ୍ତ | ଏ ନେଇ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଥିବା ବେଳେ ରାଜ୍ୟରେ ଏବେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୯୩ରେ ପହଞ୍ଚିଛି | ସୁସ୍ଥ ହୋଇଥିବା ୫୦ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୨୨ଜଣ, ବାଲେଶ୍ୱରରୁ ୧୫, ଭଦ୍ରକରୁ ୫, ଯାଜପୁର ୩, ବୌଦ୍ଧ ୩, ମୟୁରଭଞ୍ଜ ଏବଂ ରାଉରକେଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣା ପଡିଛି | ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ ଡିସଚାର୍ଜ କରାଯାଇଛି |

ସୂଚନା ମୁତାବକ, ରାଜ୍ୟରେ ଆଜି ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଯାହା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଥିଲା। ୧୧୦୩ଜଣଙ୍କୁ ମଧ୍ୟରୁ ରାଜ୍ୟରେ ୭ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ଘଟିଥିବା ବେଳେ ୭୦୩ଟି ସକ୍ରିୟ ମାମଲା ରହିଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe