ବଡ ଖବର: ସୁସ୍ଥ ହେଲେ ୫୩ଜଣ କରୋନା ଆକ୍ରାନ୍ତ, ଓଡିଶାରେ ୫୫୦ରେ ପହଁଚିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ବଡ ଖବର | ଆଜି ସୁସ୍ଥ ହୋଇଛନ୍ତି ୫୩ଜଣ କରୋନା ଆକ୍ରାନ୍ତ | ୫୩ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୩୦ଜଣ, ଯାଜପୁରରୁ ୧୮, ଖୋର୍ଦ୍ଧାରୁ ୩ଜଣ ଏବଂ କେନ୍ଦୁଝରରୁ ୨ଜଣ ସୁସ୍ଥ ହୋଇଥିବା ନେଇ ଟୁଇଟ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ | ନୂତନ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫୫୦ରେ ପହଞ୍ଚିଛି | ସେହିଭଳି ଭାବରେ ରାଜ୍ୟରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫ ଥିବା ବେଳେ ୭୭୮ଟି ସକ୍ରିୟ ମାମଲା ରହିଛି | ଏହା ସହ ୭ଜଣ କରୋନା ଦ୍ୱାରା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି |

ସୂଚନା ମୁତାବକ, ଆଜି ସକାଳେ ରାଜ୍ୟରେ ପୁଣି ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ | ୬୭ଜଣଙ୍କ ମଧ୍ୟରୁ ୬୦ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୪ଜଣ ହୋମ୍ କ୍ବାରେଣ୍ଟାଇନରେ ଏବଂ ୩ଜଣ ସ୍ଥାନୀୟ ଲୋକ ଥିଲେ। ପୁରୀ ଜିଲ୍ଲାରୁ ସର୍ବାଧିକ ୧୬, ନୟାଗଡ଼ ଜିଲ୍ଲାରୁ ୧୩, ବଲାଙ୍ଗୀର ଓ ଗଞ୍ଜାମ ଜିଲ୍ଲାରୁ ୭ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ୬, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଥିଲେ | ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୩, ମାଲକାନଗିରି ଓ କଟକ ଜିଲ୍ଲାରୁ ୨ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ସମ୍ବନ୍ଧିତ ଖବର