ଭୁବନେଶ୍ୱର: ଆଜି ରାଜ୍ୟରୁ ୫୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରାଯାଇଛି। ପ୍ରତିଦିନ ଭଳି ଆଜି ବି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଗଞ୍ଜାମ ଜିଲ୍ଲାରୁ ୧୬୦ଜଣ କରୋନା ପଜିଟିଭ୍ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୭୭ଜଣ, ଗଜପତି ଜିଲ୍ଲାରୁ ୪୩ ଜଣ, କଟକ ଜିଲ୍ଲାରୁ ୩୪ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୭ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
Another 581 #COVID19 patients have recovered and are being discharged on 27.7.2020.
160 from Ganjam
77 from Khurdha
43 from Gajapati
34 from Cuttack
32 from Malkangiri
25 from Bargarh
23 from Bhadrak
19 from Keonjhar
17 from Angul
17 from Kandhamal— H & FW Dept Odisha (@HFWOdisha) July 27, 2020
ସେହିପରି ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୯ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଢ଼େଙ୍କାନାଳ ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, ଦେବଗଡ଼ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, କୋରାପୁଟ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ ୧୭,୩୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶ।