ସୁସ୍ଥ ହେଲେ ୬୫ କରୋନା ଆକ୍ରାନ୍ତ, ୧୪୮୧ରେ ପହଞ୍ଚିଲା ସୁସ୍ଥ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୬୫ କରୋନା ଆକ୍ରାନ୍ତ | ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଏବେ ରାଜ୍ୟରେ ମୋଟ ୧୪୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି | ସୁସ୍ଥ ୬୫ଜଣଙ୍କ ମଧ୍ୟରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୧୪ଜଣ, ଭଦ୍ରକରୁ ୮ଜଣ, କେନ୍ଦୁଝରରୁ ୭ଜଣ, ବଲାଙ୍ଗୀରରୁ ୬ଜଣ, ଖୋର୍ଦ୍ଧାରୁ ୩ଜଣ ଏବଂ ବାଲେଶ୍ୱର ଓ ଯାଜପୁରରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି | ଏହା ସହ ଢେଙ୍କାନାଳ, ଝାରସୁଗୁଡା ଓ କନ୍ଧମାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ |

ବର୍ତ୍ତମାନ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୭୮ଥିବା ବେଳେ ୯୯୦ଟି ସକ୍ରିୟ ମାମଲା ରହିଛି | ରାଜ୍ୟରେ ଆଜି ୧୩ଟି ଜିଲ୍ଲାରୁ ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୭୮କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଞ୍ଜାମ ଜିଲ୍ଲାରେ ୨୨ଜଣ ଚିହ୍ନଟ ହୋଇଥିବା ବେଳେ, ନୟାଗଡ଼ ଜିଲ୍ଲାରେ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନୁଗୁଳ, ବାଲେଶ୍ବର, ବରଗଡ଼, କଳାହାଣ୍ଡି ଓ ସମ୍ବଲପୁର, ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରେ ୨ ଓ ଭଦ୍ରକରେ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ କଟକ ଜିଲ୍ଲାରେ ୫ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସମ୍ବନ୍ଧିତ ଖବର