ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୬୭, ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୧

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୪୨୪ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜାମ ଜିଲ୍ଲାରୁ ଆଜି ୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକ, ଗଜପତିରେ ୮-୮, ଖୋର୍ଦ୍ଧା, ରାୟଗଡ଼ାରେ ୫-୫, ବାଲେଶ୍ୱରରେ ୪, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼ରେ ୩ ଜଣ ଲେଖାଏଁ, ବଲାଙ୍ଗୀର, ମୟୂରଭଂଜରେ ୨-୨, ବରଗଡ଼, ଯାଜପୁର, ନବରଂଗପୁରରେ ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍‌ରୁ ଜଣେ କରୋନାରୁ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ଆଜି ୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ସମ୍ବନ୍ଧିତ ଖବର