୧୯ଟି ଜିଲ୍ଲାରୁ ସୁସ୍ଥ ହେଲେ ୬୮୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରୁ ଆଜି ୧୯ଟି ଜିଲ୍ଲାରୁ ୬୮୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ୩୦୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଜଗତସିଂହପୁର ଜିଲ୍ଲାରୁ ୫୯ଜଣ, ଭଦ୍ରକ ଜିଲ୍ଲାରୁ ୫୨ଜଣ, ନୟାଗଡ଼ ଜିଲ୍ଲାରୁ ୩୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦ଜଣ, ଯାଜପୁର ଜିଲ୍ଲାରୁ ୨୫ଜଣ, କଟକ ଜିଲ୍ଲାରୁ ୨୪ଜଣ, ଗଜପତି ଜିଲ୍ଲାରୁ ୨୩ଜଣ, ମାଲକାନଗିରି ଜିଲ୍ଲାରୁ ୧୮ଜଣ, କୋରାପୁଟ ଜିଲ୍ଲାରୁ ୧୭ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୧୧ଜଣ ଲେଖାଏଁ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ ଓ ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଏଯାବତ ମୋଟ ୧୮୦୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରିଛି।

ସମ୍ବନ୍ଧିତ ଖବର