ସୁସ୍ଥ ହେଲେ ୭୨ କରୋନା ଆକ୍ରାନ୍ତ, ୨୩୫୪ରେ ପହଞ୍ଚିଲା ମୋଟ ସୁସ୍ଥ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି  ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି | ନୂତନ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ମୋଟ ୨୩୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି | ସୁସ୍ଥ ହୋଇଥିବା ୭୨ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୧୭ଜଣ, ସୋନପୁରରୁ ୯ଜଣ, ବଲାଙ୍ଗୀରରୁ ୭ଜଣ, ଜଗତସିଂହପୁରରୁ ୬ଜଣ, କଟକ, କଳାହାଣ୍ଡି ଓ ସୁନ୍ଦରଗଡରୁ ୫ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର ଏବଂ ମୟୁରଭଞ୍ଜରୁ ୪ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି |

ଏହା ସହ ଖୋର୍ଦ୍ଧା, କନ୍ଧମାଳ ଏବଂ ସମ୍ବଲପୁରରୁ ୩ଜଣ ଲେଖାଏଁ ସୁସ୍ଥ ହୋଇଥିବା ସହ ଝାରସୁଗୁଡାରୁ ଜଣେ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ |

ଆଜି ରାଜ୍ୟରେ ୧୪ଟି ଜିଲ୍ଲାରୁ ନୂଆ ୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ | ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଥିଲା | ଏମାନଙ୍କ ଭିତରୁ ୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୩୪ ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ଓଡିଆରଏଫ୍, ଏନଡିଆରଏଫ୍ ଓ ଅଗ୍ନିଶମ ବିଭାଗର ୫୪ଜଣ କର୍ମଚାରୀ ଅଛନ୍ତି । ଏମାନେ ପଶ୍ଚିମବଙ୍ଗରୁ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିଲେ। ଏବେ ମୋଟ ୨୩୫୪ଜଣ ସୁସ୍ଥ ହେବା ପରେ ରାଜ୍ୟରେ ୧୦୩୨ଟି ସକ୍ରିୟ ମାମଲା ରହିଛି |

ସମ୍ବନ୍ଧିତ ଖବର