ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ, ରାଜ୍ୟରେ ୧୦୦୦ ଟପିଲା ସୁସ୍ଥ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଆଜି ଏକ ବଡ ଖବର ଆସିଛି | ଆଜି ୭୩ଜଣ କରୋନା ଆକ୍ରାନ୍ତ  ସୁସ୍ଥ ହୋଇଥିବା ବେଳେ ସୁସ୍ଥ ସଂଖ୍ୟା ୧୦୦୦ ପାର ହୋଇଛି | ନୂତନ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ଏଯାବତ୍ ମୋଟ ୧୦୫୦ଜଣ ସୁସ୍ଥ ହୋଇଛନ୍ତି | ସୁସ୍ଥ ହୋଇଥିବା ୭୩ଜଣଙ୍କ ମଧ୍ୟରେ ବୌଦ୍ଧରୁ ୨୮ଜଣ, ପୁରୀରୁ ୧୧ଜଣ, କେନ୍ଦ୍ରାପଡାରୁ ୧୦ଜଣ, କଟକରୁ ୯ଜଣ, ଖୋର୍ଦ୍ଧାରୁ ୭ଜଣ, ମାଲକାନଗିରି ଓ ଅନୁଗୁଳ ଜିଲ୍ଲାରୁ ୨ଜଣ ଲେଖାଏଁ  ଅଛନ୍ତି। ସେହିପରି ଗଞ୍ଜାମ, ବାଲେଶ୍ୱର, ଯାଜପୁର ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ | ସୁସ୍ଥ ସଂଖ୍ୟା ୧୦୫୦ରେ ପହଞ୍ଚିଥିବା ବେଳେ ରାଜ୍ୟରେ ବର୍ତମାନ ୭୬୦ଟି ସକ୍ରିୟ ମାମଲା ରହିଛି | ଏହା ସହ ମୋଟ ୧୮୧୯ଜଣ କରୋନା ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି |

ତେବେ ୭୩ଜଣ ସୁସ୍ଥ ହୋଇଥିବା ବେଳେ ଆଜି ରାଜ୍ୟରେ ୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହାଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି ପାଇଛି | ଆଜି ୧୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଲେ ଗଞ୍ଜାମ, ଯାଜପୁର, କଟକ, ଜଗତସିଂହପୁରରୁ ୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭଦ୍ରକ , ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଓ ଦେବଗଡ଼ରୁ ୪ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲାରୁ ୫ ଓ ନୂଆପଡ଼ା ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ସମ୍ବନ୍ଧିତ ଖବର