ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୭୫୨, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୫

Advertisment
ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୭୫୨, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୫

ଭୁବନେଶ୍ୱର: ରାଜ୍ୟରେ ଆଜି ୭୫୨ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୫ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୭୮୩ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୧୬୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକରୁ ୮୭, କେନ୍ଦୁଝରରୁ ୮୩, ମୟୂରଭଂଜରୁ ୫୨, ସମ୍ବଲପୁରରୁ ୪୨, ଝାରସୁଗୁଡ଼ାରୁ ୨୯, ପୁରୀରୁ ୧୨, ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, ଯାଜପୁରରୁ ୯ ଜଣ ଲେଖାଏଁ, ବାଲେଶ୍ୱର, ନବରଂଗପୁରରୁ ୭ ଜଣ ଲେଖାଏଁ, ଗଂଜାମରୁ ୬, ବରଗଡ଼, ନୟାଗଡ଼ରୁ ୪-୪, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୦ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୭୦୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୧୨୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୦୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୨୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe