ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୭୬୪ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍‌ ସଂକ୍ରମଣରୁ ୭୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୮ ହଜାର ୮୫୪ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବାଲେଶ୍ୱରରୁ ୫୧, ମୟୂରଭଂଜରୁ ୪୨, ଜଗତସିଂହପୁର, କେନ୍ଦ୍ରାପଡ଼ାରୁ ୩୭-୩୭, ଅନୁଗୁଳରୁ ୩୨, ଯାଜପୁର, ପୁରୀରୁ ୨୪-୨୪, ଭଦ୍ରକରୁ ୨୨ ଓ ନୟାଗଡ଼ରୁ ୧୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିଭଳି ସୁନ୍ଦରଗଡ଼ରୁ ୯, ଢେଙ୍କାନାଳ, କନ୍ଧମାଳରୁ ୭-୭, ଗଂଜାମରୁ ୬, ଦେବଗଡ଼ରୁ ୫, କଳାହାଣ୍ଡି, କେନ୍ଦୁଝରରୁ ୩-୩, ବଲାଙ୍ଗୀର, ଗଜପତି, କୋରାପୁଟ, ରାୟଗଡ଼ାରୁ ୨ଜଣ ଲେଖାଏଁ, ବୌଦ୍ଧ, ମାଲକାନଗିରି, ନୂଆପଡ଼ାରୁ ଜଣେ ଲେଖାଏଁ ଏବଂ ରାଜ୍ୟପୁଲରୁ ୬୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ସମ୍ବନ୍ଧିତ ଖବର