ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୭୬୬୪ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୯୬୧ ଜଣ

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନାରୁ ୭୬୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬୧ ଓ ପୁରୀ ଜିଲ୍ଲାରୁ ୫୧୨ ଜଣ ସାମିଲ ଅଛନ୍ତି । ଏଥି ସହିତ ରାଜ୍ୟରେ ଏପର୍ଯ୍ୟନ୍ତ କରୋନାରୁ ୪ ଲକ୍ଷ ୩୯ ହଜାର ୩୨୨ ଜଣ ଆକ୍ରାନ୍ତ କରୋନରୁ ସୁସ୍ଥ ହୋଇଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।

 

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୫୦୯ ଜଣ, ସୁନ୍ଦରଗଡ଼ରୁ ୪୭୩, ଅନୁଗୁଳରୁ ୪୬୪, ବଲାଙ୍ଗୀରରୁ ୪୬୧, ଝାରସୁଗୁଡ଼ାରୁ ୪୩୭, ନୂଆପଡ଼ାରୁ ୩୫୩, ବରଗଡ଼ରୁ ୩୩୪, ନବରଂଗପୁରରୁ ୩୩୦, ସମ୍ବଲପୁରରୁ ୩୨୧, ଯାଜପୁରରୁ ୨୯୦, କଳାହାଣ୍ଡିରୁ ୨୮୯ ଓ ମୟୂରଭଂଜରୁ ୨୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

ସେହିପରି ରାୟଗଡ଼ା ଜିଲ୍ଲାରୁ ୧୯୨, ଗଂଜାମରୁ ୧୬୧, କେନ୍ଦୁଝରରୁ ୧୫୪, ନୟାଗଡ଼ରୁ ୧୪୦, ସୁବର୍ଣ୍ଣପୁରରୁ ୧୨୨, ଜଗତସିଂହପୁରରୁ ୧୧୪, କୋରାପୁଟରୁ ୯୯, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, ଗଜପତିରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୫, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୧, ଢେଙ୍କାନାଳରୁ ୨୨, ବୌଦ୍ଧରୁ ୨୦ ଓ ରାଜ୍ୟପୁଲରୁ ୧୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସମ୍ବନ୍ଧିତ ଖବର