ରାଜ୍ୟରୁ ସୁସ୍ଥ ହେଲେ ୮୦୯ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୮୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ୮୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଧା ଜିଲ୍ଲାରୁ ୮୧ଜଣ, ବାଲେଶ୍ବର ଜିଲ୍ଲାରୁ ୬୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ନୂଆପଡ଼ା ଜିଲ୍ଲାରୁ ୫୧ଜଣ, କଟକ ଜିଲ୍ଲାରୁ ୪୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୮ଜଣ, ଅନୁଗୁଳ ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ଦେବଗଡ଼ରୁ ୪ଜଣ, ଗଜପତିରୁ ୩ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଓ ଷ୍ଟେଟ ପୁଲରୁ ୧୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

 

ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ ୩୧୨୦୬୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି।

ସମ୍ବନ୍ଧିତ ଖବର