ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୯୩୨୯ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୧୪

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରୁ ୯୩୨୯ ଜଣ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୧୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩୬ ଜଣ ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୯୧ ହଜାର ୬୭୪କୁ ବୃଦ୍ଧି ପାଇଛି ।

 

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୭୮୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବରଗଡ଼ରୁ ୪୮୭, ସମ୍ବଲପୁରରୁ ୪୭୦, ନୂଆପଡ଼ାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୁଳ ଓ ଝାରସୁଗୁଡ଼ାରୁ ୩୮୪ ଜଣ ଲେଖାଏଁ, ପୁରୀରୁ ୩୧୯, ବଲାଙ୍ଗୀରରୁ ୩୧୩ ଓ ନବରଂଗପୁରରୁ ୩୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

ସେହିପରି ମୟୂରଭଂଜରୁ ୨୮୮, ଗଂଜାମରୁ ୨୬୧, ନୟାଗଡ଼ରୁ ୨୦୬, ବୌଦ୍ଧରୁ ୨୦୦, ରାୟଗଡ଼ାରୁ ୧୯୯, କେନ୍ଦ୍ରାପଡ଼ାରୁ ୧୯୦, ବାଲେଶ୍ୱରରୁ ୧୫୧, ଜଗତସିଂହପୁରରୁ ୧୪୭, ସୁବର୍ଣ୍ଣପୁରରୁ ୧୨୩, ଗଜପତିରୁ ୧୧୬, କେନ୍ଦୁଝରରୁ ୧୧୩ ଜଣ, ଢେଙ୍କାନାଳରୁ ୯୦, କୋରାପୁଟ ଓ ମାଲକାନଗିରିରୁ ୭୨ ଲେଖାଏଁ, ଯାଜପୁରରୁ ୭୧, କନ୍ଧମାଳରୁ ୫୩, ଭଦ୍ରକରୁ ୫୨, ଦେବଗଡ଼ରୁ ୩୩ ଓ ରାଜ୍ୟପୁଲରୁ ୨୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସମ୍ବନ୍ଧିତ ଖବର