ଭୁବନେଶ୍ୱର: ରାଜ୍ୟରେ ଆଜି ୯୪୯ ଜଣ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬୦ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୭୩୨ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୬୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକରୁ ୧୩୮, ସମ୍ବଲପୁରରୁ ୯୯, ଅନୁଗୁଳରୁ ୫୫, ମୟୂରଭଂଜରୁ ୪୦, ଗଂଜାମରୁ ୩୦, କେନ୍ଦୁଝରରୁ ୨୫, ଝାରସୁଗୁଡ଼ାରୁ ୨୨, ପୁରୀରୁ ୧୩, ଜଗତସିଂହପୁର, ନବରଂଗପୁରରୁ ୧୧-୧୧, ବରଗଡ଼ରୁ ୧୦, ବାଲେଶ୍ୱର, ବରଗଡ଼ରୁ ୮-୮, ସୁବର୍ଣ୍ଣପୁରରୁ ୭, ଯାଜପୁରରୁ ୬, ବଲାଙ୍ଗୀର, ଢେଙ୍କାନାଳରୁ ୪-୪, କଳାହାଣ୍ଡି, କେନ୍ଦ୍ରାପଡ଼ାରୁ ୨-୨, ଭଦ୍ରକ, ନୟାଗଡ଼ରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୩୧ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ଆଜି ୮୭୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୭୪,୬୧୧ ନମୁନା ପରୀକ୍ଷା କରାଯାଇଥିବା ବେଳେ ୮୭୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୦୯୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୬୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୯୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।