ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୯୭, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୭

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୬୭୭ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜାମରୁ ଆଜି ୧୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ବାଲେଶ୍ୱରରୁ ୯, ସମ୍ବଲପୁରରୁ ୮, ଗଜପତିରୁ ୭, ମୟୂରଭଂଜରୁ ୬, କଟକ, କୋରାପୁଟରୁ ୫-୫, ଅନୁଗୁଳ, ଯାଜପୁରରୁ ୪-୪, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ, ଭଦ୍ରକ, ଦେବଗଡ଼, ଝାରସୁଗୁଡ଼ା, ନୂଆପଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍‌ରୁ ୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ଆଜି ୬୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ସମ୍ବନ୍ଧିତ ଖବର