୧୦ରେ ଆଉ ଏକ ଘୂର୍ଣ୍ଣିବଳୟ: ୧୧ ଯାଏଁ ବର୍ଷା

Advertisment

ଗତ ୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଭୁବନେଶ୍ବରରେ ୪୦.୯ ମିମି ବର୍ଷା ହୋଇଛି, ଯାହା କି ରାଜ୍ୟରେ ସର୍ବାଧିକ।

ଗତ ୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଭୁବନେଶ୍ବରରେ ୪୦.୯ ମିମି ବର୍ଷା ହୋଇଛି, ଯାହା କି ରାଜ୍ୟରେ ସର୍ବାଧିକ।

rain

ଭୁବନେଶ୍ବର: ଗତ ୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଭୁବନେଶ୍ବରରେ ୪୦.୯ ମିମି ବର୍ଷା ହୋଇଛି, ଯାହା କି ରାଜ୍ୟରେ ସର୍ବାଧିକ। ଏଥିସହ ନୂଆପଡ଼ାରେ ୧୬ ମିମି ଓ ଚାନ୍ଦବାଲିରେ ୧୩.୨ ମିମି ଲେଖାଏଁ ବର୍ଷା ହୋଇଯାଇଛି। ଆସନ୍ତାକାଲି ରାଜ୍ୟରେ ବର୍ଷା ପରିମାଣ ବଢ଼ିବ।

ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୦ ତାରିଖରେ (ଶୁକ୍ରବାର) ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତାକାଲି ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏଥିସହ ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନ‌ା‌ ରହିଛି। ଏଥିସହ ଆସନ୍ତା ୧୧ ତାରିଖ ଯ‌ାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe