ଭୁବନେଶ୍ବର: ଲଘୁଚାପର ପ୍ରଭାବ ଏବେ ବି ଓଡ଼ିଶା ଉପରେ ରହିଛି। ଆଉ ଏକ ନୂଆ ଲଘୁଚାପ ୧୮ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସୋମବାରଠାରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିସହ ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ହୋଇପାରେ। ନୂଆ ଲଘୁଚାପ ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ୨୭ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us