୨୯ରେ ଆଉ ଏକ ଲଘୁଚାପ

Advertisment

୧୦ ଡିଗ୍ରି ତଳକୁ ଖସିଲା ଦାରିଙ୍ଗବାଡ଼ି ଓ ସୋନପୁର

୧୦ ଡିଗ୍ରି ତଳକୁ ଖସିଲା ଦାରିଙ୍ଗବାଡ଼ି ଓ ସୋନପୁର

ଆଜିଠୁ ‘ଜୱାଦ’ ପ୍ରଭାବ; ଦକ୍ଷିଣ ଉପକୂଳକୁ କ୍ଷତ ବିକ୍ଷତ କରିବ

sharebazarnews.com

ଭୁବନେଶ୍ୱର : ନଭେମ୍ବର ୨୯ ବେଳକୁ କେନ୍ଦ୍ରୀୟ ବ‌ଙ୍ଗୋପସାଗରର ଦକ୍ଷିଣ ଭାଗରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ କ’ଣ ରହିବ ସେନେଇ ଏପର୍ଯ୍ୟନ୍ତ ଆକଳନ କରାଯାଇ ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିଭାର’ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଗୁରୁବାର ଭୋର ସମୟରେ ଏହା ପୁଡୁଚେରୀର କରାଇକେଲ୍‌ ଓ ତାମିଲନାଡ଼ୁର ମାମଲାପୁରମ୍ ମଧ୍ୟରେ ସ୍ଥଳ ଭାଗ ଛୁଇଁବ। ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ବର୍ଷା ଜାରି ରହିଛି।

ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। କିମ୍ବା ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ନାହିଁ। ‌କେବଳ ଯାହା ୨୬ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ନ ହେଲେ ସାରା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେଣୁ ଭୟଭୀତ ନ ହେବାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ନିର୍ଦେଶକ ଏଚ୍‌ ଆର ବିଶ୍ବାସ କହିଛନ୍ତି। ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ନ ଥିଲେ ମଧ୍ୟ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ସ୍ୱତନ୍ତ୍ର ରିଲିଫ କମିସନର(ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

publive-image The Statesman

ଅନ୍ୟପକ୍ଷରେ ଓଡ଼ିଶାରେ ଶୀତ ଲହରି ଜାରି ରହିଛି। ଆଜି ରାଜ୍ୟର ୧୩ଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ତଳେ ରହିଥିଲା। ଦାରିଙ୍ଗିବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ ସୋନପୁର ୯.୪, ଫୁଲବାଣୀ ୧୦.୫ ଡିଗ୍ରି ରେକର୍ଡ ହୋଇଛି। ଆଞ୍ଚଳିକ ନିର୍ଦେଶକ ଶ୍ରୀ ବିଶ୍ବାସଙ୍କ ସୂଚନା ଅନୁଯାୟୀ ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର ବିଭିନ୍ନ ସହରର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ତେବେ ୨୮ ତାରିଖଠାରୁ ପାରଦ ପୁଣି ହ୍ରାସ ପାଇବ। କେ‌ତେକ ସ୍ଥାନରେ ୪ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ। ବଲାଙ୍ଗୀର, ସୋନପୁର ଓ କନ୍ଧମାଳ ଜିଲ୍ଲାରେ ହାଲୁକା କୁହୁଡ଼ି ପଡ଼ିବ। ‌ତେଣୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe