ଭୁବନେଶ୍ୱର: ୧୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୦ତାରିଖ ଭିତରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୧୯ରୁ ୨୧ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Advertisment

Heavy rains lash coastal, south Karnataka NewsKarnataka

୨୪ ଘଣ୍ଟା ଭିତରେ ଲଘୁଚାପଟି ଅଧିକ ଘନୀଭୂତ ହେବା ସହ ଆହୁରି ସ୍ପଷ୍ଟ ଚିହ୍ନିତ ‌ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା  ହୋଇପାରେ । ବିଶେଷକରି ଦକ୍ଷିଣ ଓ ଉତ୍ତର ଉପକୂଳ ଓଡ଼ିଶା‌ରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି । ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଏହି ସମୟରେ ସମୁଦ୍ରକୂଳିଆ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେଣୁ ୧୯ ଓ ୨୦ ତାରିଖରେ ସମୁଦ୍ର ଭିତରକୁ ଯିବାକୁ ମତ୍ସଜୀବୀମାନଙ୍କୁ ବାରଣ କରିଛି ପାଣିପାଗ ବିଭାଗ।

ଅକ୍ଟୋବର ୧୯ରୁ ୨୦ତାରିଖ ପର୍ଯ୍ୟନ୍ତ ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି ଏବଂ କୋରାପୁଟକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨୦ରୁ ୨୧ପର୍ଯ୍ୟନ୍ତ ଗଞ୍ଜାମ ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀକୁ ୟେଲୋୱାର୍ଣ୍ଣିଂ ଜାରି କରଯାଇଛି | ଏହା ସହ ଅକ୍ଟୋବର ୨୧ରୁ ୨୨ପର୍ଯ୍ୟନ୍ତ ମାଲକାନଗିରି,କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ |