ଛାଡ଼ପତ୍ର ମାମଲା: ପରିବାର ଅଦାଲତରେ ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ

Advertisment
ଛାଡ଼ପତ୍ର ମାମଲା: ପରିବାର ଅଦାଲତରେ ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ

କଟକ: ବର୍ଷା-ଅନୁଭବ ମାମଲାରେ ଆଜି ସାକ୍ଷ୍ୟ ଗ୍ରହଣ ହୋଇଛି। କଟକ ପରିବାର ଅଦାଲତରେ ଆଜି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଅନୁଭବଙ୍କୁ ବର୍ଷାଙ୍କ ଓକିଲ ଜେରା କରିଛନ୍ତି। ଆଜି ପରିବାର ଅଦାଲତରେ ଅନୁଭବ ହାଜର ହୋଇ ସାକ୍ଷ୍ୟ ପ୍ରଦାନ କରିବା ସହିତ ଦାଖଲ ନଥିପତ୍ର ଚିହ୍ନଟ କରିଥିଲେ। ଅନୁଭବଙ୍କୁ ବର୍ଷାଙ୍କ ଓକିଲ ବିଭିନ୍ନ ପ୍ରଶ୍ନ ଅଦାଲତରେ ଜେରା ସମୟରେ ପଚାରିଥିଲେ।

ଏଠାରେ ସୂଚନା ଯୋଗ୍ୟ ଯେ ଛାଡ଼ପତ୍ର ପାଇଁ ଅନୁଭବ ଦାୟର କରିଥିବା ଆବେଦନ ସହିତ ଦାମ୍ପତ୍ୟ ସଂପର୍କ ସୁରକ୍ଷା ଲାଗି ବର୍ଷା ରୁଜୁ କରିଥିବା ଆବେଦନର ପରିବାର ଅଦାଲତରେ ଏକତ୍ର ଶୁଣାଣି ଚାଲିଛି।
ଉଲ୍ଲେଖଯୋଗ୍ୟ ଯେ ଅନୁଭବ ଦିଲ୍ଲୀର ପଟିଆଲା ହାଉସ ପରିବାର ଅଦାଲତରେ ଛାଡ଼ପତ୍ର ପାଇଁ ଗଲା ବର୍ଷ ଜୁଲାଇ ୧୬‌ରେ ପିଟିସନ୍ ଦାଖଲ କରିଥିଲେ। ଏହି ଛାଡ଼ପତ୍ର ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର ପାଇଁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ସୁପ୍ରିମ‌େକାର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ୨୦୨୧, ମାର୍ଚ୍ଚ ୫ରେ ସୁପ୍ରିମକୋର୍ଟରେ ମାମଲାର ଚୂଡାନ୍ତ ଶୁଣାଣି ହୋଇଥିଲା। ଅନୁଭବଙ୍କ ସହମତିକୁ ବିଚାରକୁ ନେଇ ସୁପ୍ରିମକୋର୍ଟ ବର୍ଷାଙ୍କ ଟ୍ରାନ୍ସଫର ପିଟିସନକୁ ଅନୁମତି ଦେଇଥିଲେ। ସୁପ୍ରିମକୋର୍ଟଙ୍କ ମାର୍ଚ୍ଚ ୫ର ନିର୍ଦ୍ଦେଶ ଅନୁସାରେ ଅନୁଭବ ପତ୍ନୀ ବର୍ଷାଙ୍କୁ ଛାଡପତ୍ର ଦେବା ପାଇଁ ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ କରିଥିବା ଆବେଦନ ଶୁଣାଣି ପାଇଁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର ହୋଇ ଆସିବା ପରେ ୨୦୨୧ ଏପ୍ରିଲ ୫ରେ ଉଭୟ ପରିବାର ଅଦାଲତରେ ହାଜର ହୋଇଥିଲେ। ଅଦାଲତରେ ମଧ୍ୟସ୍ଥତା ପ୍ରକ୍ରିୟାରୁ କୌଣସି ସୁଫଳ ମିଳି ପାରି ନଥିଲା। ଏହାପରେ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ଅଦାଲତ ନିର୍ଦ୍ଦେଶ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe