କଟକ : ଅନୁଗୁଳ କାଙ୍ଗୁଲା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଫାଶୀ ଦଣ୍ଡାଦେଶ ସଂପର୍କିତ ସମସ୍ତ ମାମଲାର ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି। ଜଷ୍ଟିସ ଏସ୍.କେ.ମିଶ୍ର ଓ ଜଷ୍ଟିସ ବି.ପି.ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ନିମ୍ନ ଅଦାଲତ ମୃତ୍ୟୁଦଣ୍ଡ ଅନୁମୋଦନ ସଂପର୍କିତ ସରକାରଙ୍କ ଆବେଦନ ସହିତ ଦଣ୍ଡାଦେଶକୁ ଚାଲେଞ୍ଜ କରି ଅନାମ ଦେହୁରୀ ଓରଫ ଶ୍ରୀନିବାସ ପକ୍ଷରୁ ଦାୟର ଅପିଲର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଜୟ କୁମାର ରଗଡ ଓ ସରକାରଙ୍କ ତରଫରୁ ଏଜିଏ ବିଷ୍ଣୁ ପ୍ରସାଦ ପ୍ରଧାନ ମାମଲା ପରିଚାଳନା କରୁଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ୨୦୧୯, ଜାନୁଆରି ୨୦ ଅପରାହ୍ନ ୨ଟା ସମୟରେ ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ ଅନୁଗୁଳ ଜିଲ୍ଲା ଗାଁ ମଶାଣି ଭୂଇଁ ନିକଟରେ ଘଟିଥିଲା। ଗ୍ରାମର ଜଣେ ୧୨ ବର୍ଷିୟା ଝିଅ ସେଦିନ ବାପାଙ୍କ ପାଇଁ ଘରୁ ଖାଦ୍ୟ ନେଇ ତାଙ୍କ ଦୋକାନକୁ ଯାଉଥିବା ବେଳେ ବାଟରେ ଅନାମ ପୀଡିତାକୁ ଦୁଷ୍କର୍ମ କରିଥିଲା। ପରେ ଅନାମ ପଥରେ ଛେଚି ଘଟଣାସ୍ଥଳରେ ପୀଡିତାକୁ ହତ୍ୟା କରିଥିଲା। ଅନାମ ମୃତଦେହ ସହିତ ମଧ୍ୟ ଦୁଷ୍କର୍ମ କରିଥିଲା ବୋଲି ଅଭିଯୋଗ ହୋଇଥିଲା। ପୁଲିସ ଅନାମକୁ କୋଲକାତାରୁ ଗିରଫ କରିଥିଲା।
ଅନୁଗୁଳ କାଙ୍ଗୁଲା ଫାଶୀ ଦଣ୍ଡ ମାମଲା : ହାଇକୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ
/sambad/media/post_attachments/wp-content/uploads/2019/05/Odisha-High-Court.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)