ସ୍ବତନ୍ତ୍ର ଓଜେଇଇ ପାଇଁ ୧୩ ଯାଏ ଆବେଦନ

ଭୁବ‌ନେଶ୍ବର : ବି.ଟେକ୍‌, ଲାଟେରାଲ ଏଣ୍ଟ୍ରି ଟୁ ବି.ଟେକ୍‌, ଏମ୍‌ବିଏ, ଏମ୍‌ସିଏ, ଲାଟେରାଲ ଏଣ୍ଟ୍ରି ଏମ୍‌ସିଏ ପାଠ୍ୟକ୍ରମରେ ନାମଲେଖା ପାଇଁ ଜୁଲାଇ ୨୧ରେ ଅନୁଷ୍ଠିତ ହେବାକୁ ଥିବା ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଆବେଦନ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଜୁଲାଇ ୭ରେ ଆବେଦନର ଶେଷ ତାରିଖ ରହିଥିଲା। ଏବେ ତାହାକୁ ୧୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆଉ କୌଣସି ପରିବର୍ତନ କରାଯାଇ ନାହିଁ। ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ୧୫ରୁ ଛାତ୍ରଛାତ୍ରୀ ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ। ଜୁଲାଇ ୨୫ରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଜୁଲାଇ ୨୫ରୁ ୨୭ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ରୢାଙ୍କକାର୍ଡ ଡାଉନ୍‌ଲୋଡ୍‌ କରିବା ସହ ଅନ୍‌ଲାଇନ୍‌ରେ ଚଏସ୍‌ ଫିଲିଂ କରିପାରିବେ। ଜୁଲାଇ ୩୦ରେ ପ୍ରଥମ ପର୍ଯ୍ୟାୟ ଆଲଟ୍‌ମେଣ୍ଟ କରାଯିବ। ଅଗଷ୍ଟ ୧ ଓ ୨ରେ ନୋଡାଲ୍‌ ସେଣ୍ଟରରେ ଡକ୍ୟୁମେଣ୍ଟ ଯାଞ୍ଚ ହେବ। ୩ ତାରିଖରେ ଚୂଡ଼ାନ୍ତ ଆ‌ଲଟ୍‌ମେଣ୍ଟ ସହ ଛାତ୍ରଛାତ୍ର କଲେଜରେ ରିପୋର୍ଟିଂ କରିପାରିବେ ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର