ଭୁବନେଶ୍ବର : ଯୁକ୍ତ୨ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସିଟ୍ ସଂଖ୍ୟା ବୃଦ୍ଧି କରିବାକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିବା ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ପଦକ୍ଷେପ ନିଆଯାଇଛି। ୨୦୨୧-୨୨ ଶିକ୍ଷାବର୍ଷରେ ସିଟ୍ ବୃଦ୍ଧି ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିବା କଲେଜଗୁଡ଼ିକ ଜୁଲାଇ ୨୦ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲ www.samsodisha.gov.in ରେ ଆବେଦନ କରିପାରିବେ। ନିର୍ଧାରିତ ସମୟ ପରେ ଆସୁଥିବା ଆବେଦନପତ୍ରଗୁଡ଼ିକୁ ଗ୍ରହଣ କରାଯିବ ନାହିଁ ବୋଲି ନିର୍ଦେଶାଳୟ ପକ୍ଷରୁ କୁହାଯାଇଛି।
ଯୁକ୍ତ୨ ସିଟ୍ ବୃଦ୍ଧି ପାଇଁ ୨୦ ଯାଏ ଆବେଦନ
Advertisment
Follow Us