ଭୁବନେଶ୍ୱର : ଯୁକ୍ତ୨ କଲେଜରେ ନାମଲେଖା ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୧ ତାରିଖ ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀ ‘www.samsodisha.gov.in’ ମାଧ୍ୟମରେ କମନ୍ ଆପ୍ଲିକେସନ ଫର୍ମ(ସିଏଏଫ୍)ରେ ଆବେଦନ କରିପାରିବେ। ସେପ୍ଟେମ୍ବର ୯ ତାରିଖ ପୂର୍ବାହ୍ନ ୧୧ଟାରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ସେପ୍ଟେମ୍ବର ୧୧ରୁ ୧୮ ମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କ ନାମଲେଖା ଅନୁଷ୍ଠିତ ହେବ। ସେପ୍ଟେମ୍ବର ୨୩ରେ ଦ୍ବିତୀୟ ପର୍ଯ୍ୟନ୍ତ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ଏବଂ ୨୪ରୁ ୨୮ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ। ୨୮ ତାରିଖ ସନ୍ଧ୍ୟା ୬ଟାରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ତାଲିକା ପ୍ରକାଶ ପାଇବ। ଅକ୍ଟୋବର ୧ ତାରିଖ ପୂର୍ବାହ୍ନ ୧୧ଟାରେ ସ୍ପଟ୍ ସିଲେକ୍ସନ ତାଲିକା ବାହାରିବ। ୧ରୁ ୩ ତାରିଖ ମଧ୍ୟରେ ସ୍ପଟ୍ ନାମଲେଖା ଲାଗି ସମ୍ପୃକ୍ତ କଲେଜରେ ନାମ ପଞ୍ଜୀକରଣ କରାଯିବ ଏବଂ ୩ ତାରିଖରେ ସ୍ପଟ୍ ନାମଲେଖା ପାଇଁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ଅକ୍ଟୋବର ୫ ତାରିଖରେ ସ୍ପଟ୍ ନାମଲେଖା ଅନୁଷ୍ଠିତ ହେବ। ଏଥିସହ ନାମଲେଖା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍ଲାଇନ୍ ଜାରି ହୋଇଛି।
ଯୁକ୍ତ୨ ନାମଲେଖା ପାଇଁ ଆବେଦନ ୨୧ରୁ
/sambad/media/post_attachments/wp-content/uploads/2019/08/Plus-two-admission-640x330.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)