ଏପିପିଙ୍କ ବହିଷ୍କାର ନିର୍ଦ୍ଦେଶ ବିଜ୍ଞପ୍ତି ହାଇକୋର୍ଟରେ ରଦ୍ଦ

କଟକ : ଅତିରିକ୍ତ ପବ୍ଲିକ୍ ପ୍ରସିକ୍ୟୁଟର (ଏପିପି)ଙ୍କୁ ଚାକିରିରୁ ବହିଷ୍କାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ୨୦୧୮, ଜୁଲାଇ ୨୬ରେ ଆବେଦନକାରୀଙ୍କୁ ତୁରନ୍ତ କାର୍ଯ୍ୟରୁ ଅନ୍ତର ପାଇଁ ଜାରି ବିଜ୍ଞପ୍ତି ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ହାଇକୋର୍ଟ କହିଛନ୍ତି। ତୁରନ୍ତ ଆବେଦନକାରୀଙ୍କୁ ଏପିପି ପଦରେ ପୁନର୍ବାର ଅବସ୍ଥାପିତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଡକ୍ଟର ଜ‌ଷ୍ଟିସ ବି.ଆର.ଷଡଙ୍ଗୀ ଓ ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ପି.ପଟ୍ଟନାୟକଙ୍କ ଆବେଦନର ଶୁଣାଣି କରି ଏପରି ରାୟ ପ୍ରଦାନ କରିଛନ୍ତି। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ପମି ରଥ ମାମଲା ପରିଚାଳନା କରୁଥିବା ବେଳେ ଆଇନଜୀବୀ ଗୁମନ ସିଂ ସହାୟତା କରୁଥିଲେ।

ସମ୍ବନ୍ଧିତ ଖବର