ସାଲେପୁରରୁ ନାମାଙ୍କନ ଦାଖଲ କଲେ ଅରିନ୍ଦମ

ସାଲେପୁରରୁ ନାମାଙ୍କନ ଦାଖଲ କଲେ ଅରିନ୍ଦମ

କଟକ: ସାଲେପୁରର ବିଜେପି ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ କଟକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଚଣ୍ଡୀମନ୍ଦିର ଯାଇ ମା’ଙ୍କ ଆଶୀର୍ବାଦ ନେଇଥିଲେ।

ସୂଚନାଯୋଗ୍ୟ, ଅରିନ୍ଦମଙ୍କୁ ବିଜେପି ସାଲେପୁର ବିଧାୟକ ପାଇଁ ପ୍ରାର୍ଥୀ କରିବା ପରେ ଅରିନ୍ଦମ କହିଥିଲେ, ଜନସାଧାରଣଙ୍କ ପାଇଁ କାମ କରିବାକୁ ମୋତେ କୁହାଯାଇଛି। ନିଶ୍ଚିତ ଭାବେ ମୁଁ କାମ କରିବି। ପ୍ରତ୍ୟେକଟି ଲୋକଙ୍କୁ ଚିହ୍ନିବି। ଏତିକି ପ୍ରତିଶ୍ରୁତି ଦେଉଛି ମୋତେ ଯେତେବେଳେ, ଯେଉଁ ସମୟରେ ଖୋଜିବେ ମତେ ଲୋକେ ସେମାନଙ୍କ ପାଖରେ ନିଶ୍ଚିତ ପାଇବେ। ପ୍ରଥମେ ଲୋକମାନଙ୍କୁ ଭେଟି ତାଙ୍କ କଥା ଶୁଣିବି, ତାପରେ ଆଗାମୀ ଦିନରେ କ’ଣ କାମ କରିବି ତାହା ନିଷ୍ପତ୍ତି ନେବି।

ସାଲେପୁରବାସୀ ବିଜେଡି ଗଡ଼କୁ ଭାଙ୍ଗିବେ। ଏଥର ବିଜେପିର ଉଭୟ ‌ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀ ଜିତିବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe