ଆଶୀର୍ବାଦ ବେହେରାଙ୍କ ଜାମିନ ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ : ଅର୍ଥତତ୍ତ୍ବ ଚିଟଫଣ୍ଡ ମାମଲାରେ ଗିରଫ ହୋଇଥିବା ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌(ଓସିଏ) ଏବଂ ଓଡ଼ିଶା ଅଲିମ୍ପିକ ଆସୋସିଏସନ୍‌ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଆଜି ହାଇକୋର୍ଟରେ ଶେଷ ହୋଇଛି। ଆଜି ଜଷ୍ଟିସ ଦେବବ୍ରତ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଶ୍ରୀ ବେହେରାଙ୍କ ନିୟମିତ ଜାମିନ ଆବେଦନର ପୂର୍ଣ୍ଣାଙ୍ଗ ଶୁଣାଣି ହୋଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଚାର୍ଜସିଟର କପି ସହିତ ଅନ୍ୟାନ୍ୟ ନଥିପତ୍ର ପୂର୍ବରୁ ଦାଖଲ କରାଯାଇଥିବାବେଳେ ଆଜି ଯୁକ୍ତି ଉପସ୍ଥାପନ କରାଯାଇଥିଲା। ସିବିଆଇ ତରଫରୁ ଜାମିନ ଆବେଦନକୁ ବିରୋଧ କରାଯାଇ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ଏଥିସହିତ ତଦନ୍ତର ସାନି ସ୍ଥିତି‌ ନେଇ ଅବଗତ କରାଯାଇଥିଲା। ଖଣ୍ଡପୀଠ ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି।

ସମ୍ବନ୍ଧିତ ଖବର