ବରିଷ୍ଠ ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ

Advertisment
ବରିଷ୍ଠ ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ

କଟକ: ପୂର୍ବତନ ପୁଲିସ୍ ପ୍ରଶାସକ ତଥା ବରିଷ୍ଠ ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ ହୋଇଥିବାର ଖବର ମିଳିଛି। ଆଜି ସେ କଟକର ପିଠାପୁରସ୍ଥିତ ତାଙ୍କ ବାସଭବନରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ଅଶୋକ ସାହୁ ଅସୁସ୍ଥ ଥିଲେ ଏବଂ ଅସୁସ୍ଥତା ହେତୁ ତାଙ୍କର ମୃତ୍ୟୁ ଘଟିଛି ବୋଲି ତାଙ୍କ ପରିବାର ପକ୍ଷରୁ କୁହାଯାଉଛି।

ସେ ଆସାମର ଅତିରିକ୍ତ ପୁଲିସ୍ ମହାନିର୍ଦେଶକ ଭାବେ ସ୍ବେଚ୍ଛାକୃତ ଭାବେ ଅବସର ଗ୍ରହଣ କରିବା ପରେ ବିଧିବଦ୍ଧଭାବେ ଭାରତୀୟ ଜନତା ପାର୍ଟିର ସଦସ୍ୟତା ଗ୍ରହଣ କରିଥିଲେ। ୨୦୧୪ରେ ଅଶୋକ ସାହୁ ପୁରୀ ଲୋକସଭା ଆସନରୁ ବିଜେପିର ପ୍ରାର୍ଥୀଭାବେ ପ୍ରତିଦ୍ବନ୍ଦ୍ବିତା କରିଥିଲେ।
ସେ ୧୯୭୩ ମସିହାରେ ଆହ୍ଳାବାଦ୍ ବିଶ୍ବବିଦ୍ୟାଳୟରୁ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ। ଏହାପରେ ସେ ଆସାମ କ୍ୟାଡରର ଆଇପିଏସ୍ ଭାବେ ଚାକିରି ଜୀବନ ଆରମ୍ଭ କରିଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

publive-image image source-sambad english

ଶ୍ରୀ ସାହୁଙ୍କ ବିୟୋଗରେ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ସେ ଟୁଇଟ୍ କରି କହିଛନ୍ତି, ‘ଆମ ଦଳର ଦୀର୍ଘ ସମୟର କାର୍ଯ୍ୟକର୍ତ୍ତା ତଥା ଅବସର ପ୍ରାପ୍ତ ଆଇପିଏସ ଅଧିକାରୀ ଅଶୋକ ସାହୁଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶ୍ରୀଯୁକ୍ତ ସାହୁ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପରେ ଓଡ଼ିଶାରେ ନିଜକୁ ଅନେକ ସାମାଜିକ ଓ ସାଂସ୍କୃତିକ ସଂଗଠନ ସହ ଯୋଡ଼ି ସମାଜ ସେବାରେ ସମୟ ଅତିବାହିତ କରୁଥିଲେ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି’

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe