ମେ’ ୧ରେ ପୁରୀ ଗସ୍ତ କରିବ ଏଏସ୍‌ଆଇ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଚାଲିଥିବା ଖନନ ଓ ନିର୍ମାଣ କାମର କରିବ ଅନୁଧ୍ୟାନ

କଟକ: ଏଏସ୍‌ଆଇର ଏକ ଟିମ୍  ମେ’ ୧ ତାରିଖରେ ପୁରୀ ଗସ୍ତ କରିବ। ସେଠାରେ ଚାଲିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଞ୍ଚଳ ବୁଲିଦେଖିବ। ସୂଚନାଯୋଗ୍ୟ, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ଭେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ବିନା ଅନୁମତିରେ ପରିକ୍ରମା ପ୍ରକଳ୍ପ ପାଇଁ ଖନନ ଓ ନିର୍ମାଣ କାମ ଚାଲିଥିବା ଅଭିଯୋଗ ହୋଇଆସୁଛି। ଏନେଇ କିଛି ଦିନ ହେଲା ବିବାଦ ଚାଲିଛି। ଏ ସଂପର୍କରେ ଦିଲ୍ଲୀପ କୁମାର ବରାଳ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା କରିଥିଲେ। ଏପ୍ରିଲ ୮ ତାରିଖରେ ମାମଲାର ଶୁଣାଣି କରି ମେ ୧୬ ତାରିଖକୁ ପରବର୍ତ୍ତୀ ଶୁଣାଣି ତାରିଖ ଧାର୍ଯ୍ୟ କରିଥିଲେ କୋର୍ଟ ।

ଏହାରି ଭିତରେ ନିର୍ମାଣ ସ୍ଥାନର ଏଏସଆଇ ଯୁଗ୍ମ ଅନୁଧ୍ୟାନ କରି ରିପୋର୍ଟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ପରେ ମାମଲାର ତ୍ୱରିତ ଶୁଣାଣି ପାଇଁ ଆବେଦନକାରୀ ଅନୁରୋଧ କରିବା ପରେ ପୁଣି ମେ ୯ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି । ଏହାର ୨ ଦିନ ପୂର୍ବରୁ ଅର୍ଥାତ ମେ ୭ ତାରିଖ ସୁଦ୍ଧା ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି । ତେଣୁ କୋର୍ଟଙ୍କ ନିର୍ଦ୍ଦେଶରେ ଶ୍ରୀମନ୍ଦିର ପରିକ୍ରମା ଅଂଚଳ ପରିଦର୍ଶନରେ ଯାଉଛି ଏଏସଆଇ ।

ସମ୍ବନ୍ଧିତ ଖବର