ଭୁବନେଶ୍ବର: ବିଧାନସଭା ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ବଜେଟ୍ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହ। ପ୍ରଶ୍ନକାଳ ଆରମ୍ଭରୁ ଚାଷୀ ପ୍ରସଙ୍ଗ ଉଠାଇ ଜୋରଦାର ହଙ୍ଗାମା କଲେ ବିରୋଧୀ। ଗୃହରେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟମାନେ ପ୍ଲାକାର୍ଡ ଦେଖାଇ ନାରାବାଜି କରିଥିଲେ। ତେଣୁ ଦିନ ସାଢେ ୧୧ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି।
ସୂଚନାଯୋଗ୍ୟ, ଗତକାଲି ମଧ୍ୟ ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହୋହାଲ୍ଲା କରିଥିଲେ ବିରୋଧୀ, ଯାହାକୁ ନେଇ ପ୍ରଥମେ ଦିନ ସାଢେ ୧୧ଟା ଯାଏଁ ଗୃହ ମୁଲତବୀ ହୋଇଥିଲା ଏବଂ ପରେ ପୁଣି ଗୃହରେ ବିଜେପି ଓ କଂଗ୍ରେସ ଉଭୟ ହଙ୍ଗାମା କରିବାରୁ ସାଢେ ୪ଟା ଯାଏଁ ପୁଣି ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ।
ଆଜି ବି ଆରମ୍ଭରୁ ବିଧାନସଭାରେ ହଟ୍ଟଗୋଳ: ଦିନ ସାଢେ ୧୧ଟା ଯାଏଁ ଗୃହ ମୁଲତବୀ
/sambad/media/post_attachments/wp-content/uploads/2021/02/Assembly-Adjourned-Till-11.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)