ପୁଣି ଗୃହରେ ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ: ଅପରାହ୍ଣ ୪ଟା ଯାଏ ମୁଲତବୀ

ପ୍ରଶ୍ନକାଳରେ ଉଠିଲା ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭୁବନେଶ୍ବର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ନେତା ଦେଇଥିବା ଅଶାଳୀନ ମନ୍ତବ୍ୟକୁ ନେଇ ବିଧାନସଭାରେ ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ହୋଇଛି। ଏହାଫଳରେ ଦିନ ୧୧ଟା ୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି।

ମାତ୍ର ପୁଣି ବିଧାନସଭାର ପ୍ରଶ୍ନକାଳରେ ରାଷ୍ଟ୍ରପତି ପ୍ରାର୍ଥୀ ଦୌପ୍ରଦୀ ମର୍ମୁଙ୍କ ପ୍ରତି କଂଗ୍ରେସ ମୁଖପାତ୍ର ଅଜୟ କୁମାରଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗ ଉଠିଥିଲା। ବିଜେପିର ସଦସ୍ୟମାନେ ଗୃହ ମଧ୍ୟ ଭାଗରେ ପ୍ରବଳ ହଟ୍ଟଗୋଳ କରିଥିଲେ। ସେପଟେ କଂଗ୍ରେସର ସଦସ୍ୟ ବି ହୋହଲ୍ଲା ପାଟିତୁଣ୍ଡ କରିଥିଲେ। ଉଭୟ ବିଜେପି ଓ କଂଗ୍ରେସ ମୁହାଁମୁହିଁ ହୋଇଥିଲେ। ଏହାଫଳରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଧାନସଭାକୁ ଅପରାହ୍ଣ ୪ଟା ଯାଏ ମୁଲତବୀ ଘୋଷଣା କରିଥିଲେ।

ବିଜେପି ବିଧାୟକ ମୋହନ ମାଝୀ  କହିଛନ୍ତି, ଦ୍ରୌପଦୀ ମୁର୍ମୁ ସବୁବେଳେ ତାଙ୍କ ଅଞ୍ଚଳର ଆଦିବାସୀ ଓ ଦଳିତଙ୍କ କଥା ଚିନ୍ତା କରିଛନ୍ତି। ଏପରିକି ଝାରଖଣ୍ଡରେ ରାଜ୍ୟପାଳ ଥିବାବେଳେ ଆଦିବାସୀଙ୍କ ସ୍ୱାର୍ଥ ବିରୋଧୀ ବିଲ ଆସିଥିଲା। ଆଦିବାସୀଙ୍କ ଜମିକୁ ଅଣ ଆଦିବାସୀ କିଣି ପାରିବେ ବୋଲି ବିଲରେ ଦର୍ଶାଯାଇଥିଲା। କିନ୍ତୁ ସେ ସେହି ବିଲ ଫେରାଇ ଦେଇଥିଲେ। ଦେଶର ପ୍ରଥମ ନାଗରିକ ହେଉଛନ୍ତି ରାଷ୍ଟ୍ରପତି। ତାଙ୍କ ଉପରେ ଏପରି ମନ୍ତବ୍ୟ ନିନ୍ଦନୀୟ ଓ ଅଶୋଭନୀୟ। ଦ୍ରୌପଦୀ ମୁର୍ମୁ ଓଡ଼ିଶାର, ତାଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ କରିଛି। ତେଣୁ ଦ୍ରୌପଦୀଙ୍କ ବାବଦରେ ଦେଇଥିବା ମନ୍ତବ୍ୟ ପାଇଁ ଅଜୟ କୁମାରଙ୍କ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିବାକୁ ବିଜେପି ଦାବି କରିଛି।

ଅପରପକ୍ଷରେ କଂଗ୍ରେସ ନେତା ନରସିଂହ ମିଶ୍ର ବିଜେପିକୁ କାଉଣ୍ଟର କରି କହିଛନ୍ତି, ଅଜୟ କୁମାର ଓ ରାହୁଲ ଗାନ୍ଧୀ ଗୃହର ସଦସ୍ୟ ନୁହଁନ୍ତି । ତାଙ୍କ ବିରୋଧରେ ଆଲୋଚନା କରିବା ଆମ ବିଧାନସଭା ଗୃହ ବିରୋଧୀ। ପୂର୍ବ କଥା ମନେ ପକାଇ ବିଜେପିକୁ ସମାଲୋଚନା କରିଛନ୍ତି ନରସିଂହ। ମୁଁ ବି ଏକ ପେପର କଟିଂ ଗୃହରେ ପଢୁଥିଲି, ସେତେବେଳେ ବିରୋଧୀ ଦଳ ଉପନେତା ବିରୋଧ କରିଥିଲେ। ଏବେ କାହିଁକି ବିଜେପି ସମାନ କଥା ଦୋହରାଉଛି। ଦ୍ରୌପଦୀ ହେଉଛନ୍ତି ଆଦିବାସୀ ମହିଳା। ତାଙ୍କୁ ଆମେ ବହୁତ ଭଲ ପାଉ। ମୁଁ ବ୍ୟକ୍ତିଗତ ଭାବେ ତାଙ୍କୁ ପ୍ରଶଂସା କରିଛି। କିନ୍ତୁ ସେ ଯେଉଁ ଚିନ୍ତାଧାରାରେ ଯାଉଛନ୍ତି, ତାକୁ ଆମେ ବିରୋଧ କରୁଛୁ। ବିଜେପି ଯେଉଁକଥା ଉଠାଇଛି, ସେଥିରେ କୌଣସି ଆପତ୍ତିଜନକ ମନ୍ତବ୍ୟ ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe