ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି। ବିଧାୟକମାନେ ଏଣିକି ସ୍ମାର୍ଟ ହେବେ। ବିଧାନସଭାରେ ଆଉ ପେପର ନୁହେଁ ବିଧାୟକମାନେ ଟ୍ୟାବ୍ରେ ପଢିବେ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଟ୍ୟାବ୍ ଲାଗିଛି। ନେଭା ପକ୍ଷରୁ ଏହି ବ୍ୟବସ୍ଥା ବିଧାୟକଙ୍କ ପାଇଁ କରାଯାଇଛି।
ସୂଚନାଯୋଗ୍ୟ, ଆସନ୍ତାକାଲି ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି।
ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ। ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ।
ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ।
ଅଧିକ ପଢ଼ନ୍ତୁ: ବଜେଟ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
୧୪ ଓ ୧୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆସିଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। ମାର୍ଚ୍ଚ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ।
ଅଧିକ ପଢ଼ନ୍ତୁ: ପତ୍ନୀଙ୍କ ଅନୁମତି ବିନା ଅପ୍ରାକୃତିକ ଯୌନକ୍ରିୟା ଅପରାଧ ନୁହେଁ: ଛତିଶଗଡ଼ ହାଇକୋର୍ଟ
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2025/02/12/DfCw51BOPpp8sCGortxI.jpg)