୨୧ରୁ ବିଧାନସଭା ବଜେଟ୍‌ ଅଧିବେଶନ, ୨୪ରେ ବଜେଟ୍‌

ଭୁବନେଶ୍ବର : ଆସନ୍ତା ୨୧ ତାରିଖରୁ ଓଡ଼ିଶା ବିଧାନସଭାର ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ବସିବ ଓ ଏଥିରେ ମୋଟ୍‌ ୨୭ଟି କାର୍ଯ୍ୟଦିବସ ରହିଛି। ଫେବ୍ରୁଆରି ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଓ ମାର୍ଚ୍ଚ ୧୦ରୁ ଏପ୍ରିଲ୍‌ ୬ ତାରିଖ ଯାଏ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ବସିବ। ଅଧିବେଶନର ପ୍ରଥମ ଦିନ ଅର୍ଥାତ ୨୧ ତାରିଖରେ ରାଜ୍ୟପାଳ ଗୃହକୁ ସମ୍ବୋଧିତ କରିବେ। ଫେବ୍ରୁଆରି ୨୪ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ହେବ। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେବ ଶେଷ ପୂର୍ଣ୍ଣାଙ୍ଗ ବଜେଟ୍‌। ମାର୍ଚ୍ଚ ୩୧ ତାରିଖରେ ବ୍ୟୟ ମଞ୍ଜୁରି ବିଲ୍‌ ପାରିତ ହେବ।

ସମ୍ବନ୍ଧିତ ଖବର