ଜୁଲାଇ ୨ରୁ ବିଧାନସଭା, ପ୍ରଥମ ଦିନ ପୂର୍ଣ୍ଣାଙ୍ଗ ବଜେଟ୍‌

ଭୁବନେଶ୍ବର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଜୁଲାଇ ୨ ତାରିଖରୁ ଆରମ୍ଭ ହେବ। ଏଥିରେ ମୋଟ୍ ୨୪ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ। ଜୁଲାଇ ୩୦ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ଉପସ୍ଥାପନ ହେବ। ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ହେବ। ପ୍ରଥମ ପର୍ଯ୍ୟାୟରେ ଜୁଲାଇ ୨ରୁ ୬ ତାରିଖ ଯାଏ ଗୃହ ଚାଲିବ। ଜୁଲାଇ ୭ରୁ ୧୩ ତାରିଖ ପର୍ଯ୍ୟନ୍ତ ଗୃହ ମୁଲତବୀ ରହିବ। ୧୪ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ଯାଏ ଚାଲିବ। ଏଥର ନୂଆ ବାଚସ୍ପତି ଗୃହ ପରିଚାଳନା କରିବେ।

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ୨୦୨୨-୨୩ର ପୂର୍ଣ୍ଣାଙ୍ଗ ବଜେଟ୍ ପରିବର୍ତ୍ତେ ରାଜ୍ୟ ସରକାର ୪ ମାସିଆ କାମଚଳା ବଜେଟ ଉପସ୍ଥାପିତ କରିଥିଲେ। ତେଣୁ ଜୁଲାଇ ୩୧ ତାରିଖ ପୂର୍ବରୁ ପୂର୍ଣ୍ଣାଙ୍ଗ ବଜେଟ୍ ଗୃହର ଅନୁମୋଦନ ଲାଭ କରିବା ବାଧ୍ୟତାମୂଳକ।

ସମ୍ବନ୍ଧିତ ଖବର