ବିଧାନସଭା ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ବସିଲା

ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ବସିଛି । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ସାମିଲ ହୋଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ, ଅର୍ଥମନ୍ତ୍ରୀ, ବିରୋଧୀ ଦଳ ନେତା ଓ କଂଗ୍ରେସ ବିଧାୟକ । କରୋନା କଟକଣା ଭିତରେ କିପରି ଗୃହ ପରିଚାଳନା ହେବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା ହେବ ।

ଚଳିତ ମୌସୁମୀ ଅଧିବେଶନରେ ଶୂନ୍ୟକାଳ ଓ ମୁଲତବୀ ପ୍ରସ୍ତାବ ରହିବ କି ନାହିଁ ସେ ନେଇ ମଧ୍ୟ ସର୍ବଦଳୀୟ ବୈଠକରେ ଆଲୋଚନା ହେବ । ଚଳିତ ଅଧିବେଶନରେ ମୋଟ୍ ୮ ଟି କାର୍ଯ୍ୟଦିବସ ରହିବ ।

 

ସମ୍ବନ୍ଧିତ ଖବର