ଆଜିଠାରୁ ବିଧାନସଭା: ଅପରାହ୍ନରେ ଆଗତ ହେବ ପ୍ରଥମ ଅତିରିକ୍ତ ବଜେଟ୍

ବିବାଦରେ ଓଡ଼ିଶା ବିଧାନ ପରିଷଦ ଗଠନ, ପ୍ରସ୍ତାବ ଯାଇଥିବା ସ୍ପଷ୍ଟ କଲେ ବାଚସ୍ପତି

odishaassembly.nic.in

ଭୁବନେଶ୍ୱର : ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଛି। ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଏହି ଅଧିବେଶନରେ ମୋଟ୍ ୨୬ଟି କାର୍ଯ୍ୟଦିବସ ରଖାଯାଇଛି। ସମ୍ପୂର୍ଣ୍ଣ କୋଭିଡ୍ କଟକଣାରେ ଗୃହ ପରିଚାଳିତ ହେବ।

ଆଜି ଅପରାହ୍ନ ୫ଟାରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଗୃହରେ ଆଗତ ହେବ। ୧୦ ତାରିଖରେ ବ୍ୟୟ ମଞ୍ଜୁରି ବିଲ୍ ଆଗତ ହୋଇ ଅତିରିକ୍ତ ବିଜେଟ୍ ଗୃହୀତ କରାଯିବ। ଡିସେମ୍ବର ୧୧ରୁ ୩୧ ତାରିଖ ଯାଏ ସରକାରୀ କାର୍ଯ୍ୟଦିବସ ରଖାଯାଇଛି। ତାହା ମଧ୍ୟରୁ ୧୭, ୨୪ ଓ ୨୯ ତାରିଖରେ ବେସରକାରୀ କାର୍ଯ୍ୟ ଦିବସ ରହିଛି। ଡିସେମ୍ବର ୫, ୧୨, ୧୯ ଓ ୨୬ ତାରିଖରେ ରବିବାର ଏବଂ ୨୫ ତାରିଖରେ ବଡ଼ ଦିନ ପାଇଁ ଗୃହ କାର୍ଯ୍ୟ ହେବ ନାହିଁ। ଡିସେମ୍ୱର ୧ ତାରିଖ ଦିନ ଗୃହର ପ୍ରାରମ୍ଭିକ ଅଧିବେଶନ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ। ଅନ୍ୟ ଦିନରେ ପୂର୍ବାହ୍ନ ୧୦ଟା ୩୦ରୁ ଅପରାହ୍ନ ୧ଟା ୩୦ ମିନିଟ୍ ଏବଂ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଗୃହରେ ନିୟମିତ ଭାବେ ଉଭୟ ତାରକା ଏବଂ ଅଣତାରକା ଚିହ୍ନିତ ପ୍ରଶ୍ନମାନଙ୍କର ଉତ୍ତର ରଖାଯିବ।

ଠିକ୍ ସେହିଭଳି ଗୃହରେ ମୁଲତବୀ ପ୍ରସ୍ତାବ ମଧ୍ୟ ବିରୋଧୀଦଳ ତରଫରୁ ଆଗତ କରାଯାଇପାରିବ। ବିଧାନସଭା ଅଧିବେଶନ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ବିଧାନସଭା ଅଧିବେଶନ ଗୋଟିଏ କ୍ୟାଲେଣ୍ଡର୍ ବର୍ଷରେ ୬୦ ଦିନ ବସିବାର ନିୟମ ରହିଛି। ଚଳିତ ବର୍ଷ ବଜେଟ୍ ଓ ମୌସୁମୀ ଅଧିବେଶନ ମୋଟ୍ ୩୪ଟି କାର୍ଯ୍ୟଦିବସ ସରିଛି। ତେଣୁ ଶୀତ ଅଧିବେଶନରେ ଆଉ ୨୬ ଦିନ ଗୃହ ଚାଲିବା ପାଇଁ ବିଜ୍ଞପ୍ତି ଜାରି ହୋଇଛି। ତେବେ ୧୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେଲା ପରେ ଗୃହ ଅଧିବେଶନ ଶେଷ ପର୍ଯ୍ୟନ୍ତ ଚାଲିବ ନା ଅଧାରୁ ମୁଲତବୀ ରହିବ, ତାହା ଉପରେ ସମସ୍ତଙ୍କ ନଜର ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe