ସରିଲା ବିଧାନସଭା ଅଧିବେଶନ: ଦୁଇଟି କାର୍ଯ୍ୟଦିବସ ବାକି ଥିଲା

Advertisment

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆଜି ଶେଷ ହୋଇଛି। ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୩୧ ତାରିଖ ଯାଏ ଚାଲିଥିଲା।  ଅଗଷ୍ଟ ୨୦ରୁ ଆରମ୍ଭ ହୋଇଥିବା ଦ୍ବିତୀୟ ପର୍ଯ୍ୟାୟ ଆଜି ଶେଷ ହୋଇଛି।

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆଜି ଶେଷ ହୋଇଛି। ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୩୧ ତାରିଖ ଯାଏ ଚାଲିଥିଲା।  ଅଗଷ୍ଟ ୨୦ରୁ ଆରମ୍ଭ ହୋଇଥିବା ଦ୍ବିତୀୟ ପର୍ଯ୍ୟାୟ ଆଜି ଶେଷ ହୋଇଛି।

assembly2

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆଜି ଶେଷ ହୋଇଛି। ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୩୧ ତାରିଖ ଯାଏ ଚାଲିଥିଲା।  ଅଗଷ୍ଟ ୨୦ରୁ ଆରମ୍ଭ ହୋଇଥିବା ଦ୍ବିତୀୟ ପର୍ଯ୍ୟାୟ ଆଜି ଶେଷ ହୋଇଛି। ଏହି ଅଧିବେଶନରେ ଆଉ ଦୁଇଟି କାର୍ଯ୍ୟଦିବସ ବାକି ଥିଲା। ତେବେ ଗୃହରେ କୌଣସି ଗୁରୁତ୍ବପୂର୍ଣ୍ଣ ସରକାରୀ କାର୍ଯ୍ୟ ନଥିବାରୁ ଅଧିବେଶନକୁ ଶେଷ କରିବା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଆଣିଥିଲେ। ତାହା ବାଚନିକ ଭୋଟ୍‌ରେ ପାରିତ ହୋଇଥିଲା। ଏହି ଅଧିବେଶନ ଅନେକ ଦୃଷ୍ଟିରୁ ଥିଲା ଗୁରୁତ୍ବପୂର୍ଣ୍ଣ।

 ପ୍ରଥମ ଥର ପାଇଁ ରାଜ୍ୟରେ ବିଜେପି ଏକାକୀ ସରକାର ଗଠନ କଲା ପରେ ଏହା ଥିଲା ପ୍ରଥମ ଅଧିବେଶନ। ପ୍ରଥମ ଥର ପାଇଁ ବିଜେଡି ବିରୋଧୀ ଦଳ ଆସନରେ ବସିଥିଲା। ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ନବୀନ ପଟ୍ଟନାୟକ ଏଥର ବିରୋଧୀ ଦଳ ନେତାଙ୍କ ଆସନରେ ବସିଥିଲେ। ସେହିପରି ଗତ ବିଧାନସଭାରେ ବିରୋଧୀ ଦଳ ମୁଖ୍ୟ ସଚେତକ ଆସନରେ ବସିଥିବା ମୋହନ ଚରଣ ମାଝୀ ଏଥର ମୁଖ୍ୟମନ୍ତ୍ରୀଙ୍କ ଆସନରେ ବସିଥିଲେ। ଏହି ଅଧିବେଶନରେ ମୋଟ୍ ୨୫ଟି କାର୍ଯ୍ୟଦିବସ ରହିଥିଲା। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲେ। ୧୦ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe