ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ପ୍ରଥମେ ପୂର୍ବତନ ମନ୍ତ୍ରୀ ତଥା ବାଚସ୍ପତି ଶରତ କରଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ବିଧାନସଭାରେ ଦିବଙ୍ଗତ ବିଧାୟକ ଏବଂ କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। କୋଭିଡ୍ କଟକଣା ଭିତରେ ଗୃହ ସାଢେ ୪ଘଣ୍ଟା ଚାଲିବ ବୋଲି ଜଣାଯାଇଛି।
ଚଳିତ ଅଧିବେଶନରେ ୨୦୨୦-୨୧ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଆଗତ ହେବ। ୩ ଦିନ ଖର୍ଚ୍ଚ ଦାବି ଆଲୋଚନା ପରେ ୨୯ ତାରିଖରେ ଅତିରକ୍ତ ବ୍ୟୟ ମଂଜୁରୀ ବିଲ୍ ପାରିତ ହେବା କାର୍ଯ୍ୟକ୍ରମ ରହିଛି। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ବିଧାନସଭାରେ ୧୦ଟି ବିଲ୍ ଉପସ୍ଥାପନ କରିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର ।
/sambad/media/post_attachments/wp-content/uploads/2019/11/odisha-assembly-pt-750x430.jpg)
ଏହା ଭିତରୁ ତିନୋଟି ଅଧ୍ୟାଦେଶକୁ ଆଇନରେ ପରିଣତ କରିବା ପାଇଁ ସେ ସଂକ୍ରାନ୍ତୀୟ ବିଲ୍ ଆଣିବାକୁ ମଧ୍ୟ ସରକାର ଯୋଜନା କରିଛନ୍ତିି । ଏଥିସହ ବିରୋଧୀ ଦଳ ପକ୍ଷରୁ ଯାହା ପ୍ରସଙ୍ଗ ଉଠାଇବେ ତାହାକୁ ଆଲୋଚନା କରାଯିବ ବୋଲି ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ଅନ୍ୟପଟେ ସରକାରକୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ବିରୋଧୀ ଦଳ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିିଛନ୍ତି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/11/Assembly-Winter-Session-Starts_Thumbnail.jpg)