ଭୁବନେଶ୍ବର: ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ସେନେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି।
ଅଧିକ ପଢ଼ନ୍ତୁ: ଶୀତକାଳୀନ ଅଧିବେଶନ ପୂର୍ବରୁ ବିଜେପି ବିଧାୟକ ଦଳ ବୈଠକ
ସୂଚନାଯୋଗ୍ୟ, ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ କମିସନରେଟ୍ ପୋଲିସ ପକ୍ଷରୁ ୮ଟି ଅସ୍ଥାୟୀ କ୍ୟାମ୍ପ ପ୍ରସ୍ତୁତ କରାଯାଇଛି । ୨୪ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ଡିସିପିଙ୍କ ନେତୃତ୍ୱରେ ୮ ଜଣ ଅତିରିକ୍ତ ଡିସିପି, ୨ କମ୍ପାନୀ ସିଆରପିଏଫ୍, ୨ ୟୁନିଟ୍ ସ୍ପେଶାଲ ଟାକ୍ଟିକାଲ୍ ୟୁନିଟ, ୪ ପ୍ଲାଟୁନ୍ ଏସଓଜି, ଡଗ୍ ସ୍କ୍ୱାଡ୍, ବୋମା ନିଷ୍କ୍ରିୟକାରୀ ସ୍କ୍ୱାଡ ନିୟୋଜିତ ହୋଇଛନ୍ତି। ଏହା ସହ ରାଜଧାନୀର ବିଭିନ୍ନ ସ୍ଥାନରେ ସାଧା ପୋଷାକରେ ଗୁଇନ୍ଦା ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ତେବେ ଅଧିବେଶନ ସମୟରେ ଗାନ୍ଧୀ ମାର୍ଗ କଡ଼ା ସୁରକ୍ଷା ବଳୟ ଏବଂ ସିସିଟିଭି ନଜରରେ ରହିବ ।
ଅଧିକ ପଢ଼ନ୍ତୁ: ଆସନ୍ତାକାଲିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ: ସର୍ବଦଳୀୟ ବୈଠକ ଆରମ୍ଭ
Follow Us