ପିପିଲିରେ ବିଜେପି ରାଲି ଉପରେ ବିଜେଡି କର୍ମୀଙ୍କ ଆକ୍ରମଣ ଅଭିଯୋଗ

Advertisment
ପିପିଲିରେ ବିଜେପି ରାଲି ଉପରେ ବିଜେଡି କର୍ମୀଙ୍କ ଆକ୍ରମଣ ଅଭିଯୋଗ

ପୁରୀ: ପିପିଲିରେ ବିଜେପି ରାଲି ଉପରେ ବିଜେଡି କର୍ମୀମାନେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି। ରାୟଗୁରୁପୁରରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ରାଲିରେ ଉପସ୍ଥିତ ଥିବା କର୍ମୀଙ୍କ ଉପରକୁ ଆକ୍ରମଣ ହୋଇଥିବା କୁହାଯାଇଛି।

ଅଭିଯୋଗ ଅନୁଯାୟୀ, ବିଜେଡି କର୍ମୀଙ୍କ ଆକ୍ରମଣରେ ବିଜେପିର ଜଣେ କର୍ମୀ ଆହତ ହୋଇଛନ୍ତି। ଏପରିକି ରାଲିରେ ଯାଉଥିବା ବିଜେପି କର୍ମୀଙ୍କ ଗାଡ଼ିକୁ ଭାଙ୍ଗି ଦିଆଯାଇଥିବା ଅଭିଯୋଗ ମଧ୍ୟ ହୋଇଛି। ଏହାର ପ୍ରତିବାଦରେ ଡେଲାଙ୍ଗ-ରାୟଗୁରୁପୁର ରାସ୍ତାରେ ଧାରଣାରେ ବସିଛନ୍ତି ପ୍ରାର୍ଥୀ ଆଶ୍ରିତ ଓ ବିଜେପି କର୍ମୀ। ଆଉ ଦିନ କେଇଟା ପରେ ପିପିଲିରେ ନିର୍ବାଚନ ହେବାକୁ ଥିବା ବେଳେ ପ୍ରଚାର ବେଳେ ଏଭଳି ଆକ୍ରମଣ ଅଭିଯୋଗ ପିପିଲି ରାଜନୀତିକୁ ଆହୁରି ଉଷ୍ମ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe