ଜଗତସିଂହପୁର ଜିଲ୍ଲା ବିଜେପିର ପୂର୍ବତନ ଉପସଭାପତିଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Advertisment
ଦିଗପହଣ୍ଡି : କପି ରୋକିବାରୁ ଭଙ୍ଗାରୁଜା କଲେ ଛାତ୍ର

The Leaders Online

ପାରାଦ୍ୱୀପ: ଜଗତସିଂହପୁର ଜିଲ୍ଲା ବିଜେପିର ପୂର୍ବତନ ଉପସଭାପତି ଅଜିତ ଦାସଙ୍କୁ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଅଠରବାଙ୍କି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେଠାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ପୂର୍ବ ଶତ୍ରୁତାରୁ ତାଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, ଜଗତସିଂହପୁର ଜିଲ୍ଲା ବିଜେପିର ପୂର୍ବତନ ଉପସଭାପତି ଅଜିତ ଦାସଙ୍କୁ ପାରାଦ୍ବୀପରେ ଆକ୍ରମଣ କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଯାଉଥିବା ବେଳେ ପାରାଦ୍ବୀପର ବଙ୍ଗାଳିପଡା ବସ୍ତି ନିକଟରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ସେ ବାଇକ୍‌ରେ ଯାଉଥିବା ବେଳେ କିଛି ଯୁବକ ତାଙ୍କୁ ହଠାତ୍‌ ଆକ୍ରମଣ କରିଥିଲେ। ଆକ୍ରମଣରେ ସେ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ଲାଗି ପ୍ରଥମେ ଅଠରବାଙ୍କି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ଖବର ପାଇଁ ସ୍ଥାନୀୟ ପୁଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଉଦ୍ୟମ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe