ବଡ଼ଦାଣ୍ଡରେ ୩ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଗୁରୁତର ଅବସ୍ଥାରେ ୨ କଟକ ସ୍ଥାନାନ୍ତର, ଦୁଇ ଥାନାରେ ଅଟକ

Advertisment
ସୁକିନ୍ଦାରେ ରାଜନୈତିକ ହିଂସା: ବିଜେଡି ସମର୍ଥକଙ୍କ ଧାରୁଆ ଅସ୍ତ୍ରରେ ଆକ୍ରମଣ, ଯୁବକ ଗୁରୁତର

ପୁରୀ: ପୂର୍ବ ଶତ୍ରୁତାରୁ ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ଠାରେ ୩ଜଣ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବାର ଖବର ମିଳିଛି। ଏମାନଙ୍କ ଭିତରୁ ଦୁଇଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଜଣେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣାଯାଇଛି। ଏହି ମାମଲାରେ ପୁଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ସୂଚନା ଅନୁଯାୟୀ, ସକାଳ ୬ଟା ବେଳେ ସମୀର ଦାସ, ହୃଷିକେଶ ପଣ୍ଡା ଓ ଖଗେଶ୍ୱର ସାହୁ ମାର୍କେଟ ଛକରେ ଚା’ ପିଉଥିବା ବେଳେ ହଠାତ୍ ୧୮ ଜଣ ଯୁବକ ମୋଟର ସାଇକେଲରେ ଆସି ସେମାନଙ୍କୁ ଖଣ୍ଡାରେ ଅତର୍କିତ ଆକ୍ରମଣ କରିଥିଲେ। ଏଥିରେ ସେହି ତିନିଜଣ ଗୁରୁତର ହୋଇଥିଲେ। ୩ ଗୁରୁତରଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ସେମାନଙ୍କ ଭିତରୁ ୨ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ଉଭୟଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ଖଡ଼ିପଦା ମେଲଣରେ ଜୁଆ ଖେଳକୁ ନେଇ ଦୁଇ ଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ସେହି ଘଟଣାକୁ କେନ୍ଦ୍ର କରି ଏହି ମରଣାନ୍ତକ ଆକ୍ରମଣ ହୋଇଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାଯାଇଛି। ଟାଉନ ଥାନା ପୁଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏବେ ବି ଘଟଣାର ତଦନ୍ତ ଜାରି ରଖିଛି। ବଡ଼ଦାଣ୍ଡରେ ଏଭଳି ଘଟଣା ସାଧାରଣରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe