ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ୱାମୀଙ୍କ ପରଲୋକ

ନୂଆପଡ଼ା: ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି. ସ୍ବାମୀଙ୍କର ଆଜି ସକାଳେ ପରଲୋକ ହୋଇଛି | ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି। ନୂଆପଡ଼ା ଜିଲ୍ଲାର ଖରିଆର ରୋଡ୍ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି।

ସୂଚନାଯୋଗ୍ୟ, ସ୍ୱର୍ଗତ ଏ.ଭି ସ୍ୱାମୀ ୨୦୧୨ ମସିହା ଏପ୍ରିଲ ୪ ତାରିଖରୁ ୨୦୧୮ ମସିହା ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟସଭା ସଦସ୍ୟ ଥିଲେ। ସେ ସ୍ବାଧୀନ ପ୍ରାର୍ଥୀଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ।

ସ୍ୱର୍ଗତ ସ୍ୱାମୀ ୧୯୨୯ ମସିହା ଜୁଲାଇ ୧୮ ତାରିଖରେ ନବରଙ୍ଗପୁରଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ୨ ପୁଅ ଓ ୩ ଝିଅ ଅଛନ୍ତି। ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି. ସ୍ବାମୀଙ୍କର ବିୟୋଗରେ ନୂଆପଡ଼ା ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।

ସମ୍ବନ୍ଧିତ ଖବର