ଲଘୁଚାପ ବରଷାରେ ବୁଡ଼ିଲେ ବାବା ଆଖଣ୍ଡଳମଣି

ଆରଡ଼ି: ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଆଣ୍ଠୁଏ ପାଣି। ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ବାବାଙ୍କ ଗର୍ଭଗୃହରେ ପାଣି ପଶିଯାଇଥିବା ଦେଖିବାକୁ ମିଳିଛି। ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ହେବା ସହ ଉଚ୍ଚ ଜୁଆର ଆସୁଥିବା ଦେଖିବାକୁ ମିଳିଛି, ଯାହାର ପ୍ରଭାବରେ ତଳମୁଣ୍ଡରେ ଉଛୁଳିବାରେ ଲାଗିଛି ବୈତରଣୀ ଓ ସାଳନ୍ଦୀ ନଦୀ।

ଚାନ୍ଦବାଲି ଅଞ୍ଚଳର ବହୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇଥିବା ବେଳେ ଆରଡ଼ିପୀଠ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚରୁ ପାଣି। ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡିଯିବାରୁ ସକାଳ ପହିଲି ନୀତିକାନ୍ତିରେ ମଙ୍ଗଳ ଆଳତୀ, ପୂଜାର୍ଚ୍ଚନା ବିଳମ୍ବ ହୋଇଛି। ଏବେ ମୋଟର ଚାଳିତ ପମ୍ପ ଦ୍ୱାରା ଜଳନିଷ୍କାସନ କରାଯାଉଥିବା ମନ୍ଦିର ପ୍ରଶାସନିକ ଅଧିକାରୀ କହିଛନ୍ତି। ଅନ୍ୟ ପକ୍ଷେ ଏ ବାବଦରେ ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ତଥା ଭଦ୍ରକ ଉପଜିଲ୍ଲାପାଳ ପିତାମ୍ବର ସାମଲଙ୍କ କହିବା କଥା ଯେ ବର୍ଷା ଦିନରେ ମନ୍ଦିର ଗର୍ଭ ଗୃହରୁ ପାଣି ଝରୁଥିବା ଖବର ତାଙ୍କ ନଜରକୁ ଆସିଛି। ତେବେ ଖୁବ ଶୀଘ୍ର ଗର୍ଭ ଗୃହ ମରାମତି କାମ ହେବ।

ସମ୍ବନ୍ଧିତ ଖବର