ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ମାମଲା: ନଭେମ୍ବର ୨ ସୁଦ୍ଧା ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ: ହାଇକୋର୍ଟରେ ବଗଲା ଧର୍ମଶାଳା ଜମି ସମ୍ପର୍କିତ ମାମଲାର ଶୁଣାଣି ହୋଇଛି। ହାଇକୋର୍ଟ ନଭେମ୍ବର ୨ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଡକ୍ଟର ଜଷ୍ଟିସ ବି.ଆର୍‌.ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଜେପି ନେତା ସମ୍ବିତ ପାତ୍ରଙ୍କ ପକ୍ଷରୁ ରୁଜୁ ଜନସ୍ୱାର୍ଥ ମାମଲାରେ ଏହି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଧର୍ମଶାଳା ଜମି ରାଜ୍ୟ ସରକାର କିମ୍ବା ବଗଲାର ନୁହେଁ ଏହା ଜଗନ୍ନାଥ ମହାପ୍ରଭୁଙ୍କର ଅମୃତ ମଣୋହି ସମ୍ପତ୍ତି ବୋଲି ହାଇକୋର୍ଟରେ ଆବେଦନକାରୀଙ୍କ ପକ୍ଷରୁ ଦର୍ଶଯାଇଛି। ସାବିକରେ ଏହି ସମ୍ପତ୍ତି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଥିବା ବେଳେ ହାଲ ରେକର୍ଡରେ ଏହା ଲଜିଂ ହାଉସ ଫଣ୍ଡକୁ କିଭଳି ଗଲା ବୋଲି ପ୍ରଶ୍ନ ଉଠାଇଛନ୍ତି ଆବେଦନକାରୀ।

୧୯୫୫ ମସିହାରେ ଶ୍ରୀ ମନ୍ଦିର ଆଇନ ପ୍ରଣୟନ କରାଯିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମାଲିକାନା ଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ଯାଇଛି। ଏ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଜଗନ୍ନାଥଙ୍କ ସମ୍ପତ୍ତି ସମ୍ପର୍କରେ ନିଷ୍ପତ୍ତି କେବଳ ଶ୍ରୀ ମନ୍ଦିର ପରିଚାଳନା କମିଟି ହିଁ ନେଇପାରିବେ। ବଗଲା ଧର୍ମଶାଳା ଜମିକୁ ନେଇ ପୂର୍ବରୁ ପୁରୀ ବାସିନ୍ଦା ଜଗନ୍ନାଥ ବସ୍ତିଆଙ୍କ ପକ୍ଷରୁ ଦାୟର ଅନ୍ୟ ଏକ ମାମଲା ହାଇକୋର୍ଟରେ ବିଚାରଧୀନ ରହିଛି। ଆସନ୍ତା ୨ ତାରିଖରେ ଉଭୟ ମାମଲାର ଏକତ୍ର ଶୁଣାଣି ହେବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ସମ୍ବନ୍ଧିତ ଖବର