ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ବାହନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଏବଂ ଏଲିମଣ୍ଟୋରି ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯିବ।୫ଟି ଉପକ୍ର ରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହନଗା ରେଳ ଷ୍ଟେସନ ଠାରେ ସଂଗଠିତ ଭୟାବହ ରେଳ ଦୂର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସାମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା। ପରବର୍ତ୍ତୀ ସମୟରେ ଶବଗୁଡ଼ିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି। ତେଣୁ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା ।
ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ତି ଭିଡିଓ କନ୍ ଫରେନ୍ସିଂ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧି, ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ସମସ୍ତଙ୍କର ମତାମତ ନେଇଥିଲେ। ଯେହେତୁ ଛାତ୍ରଛାତ୍ରୀ ଅଭିବାବକ ଓ ଶକ୍ଷକ ଶିକ୍ଷୟତ୍ରୀ ମଧ୍ୟରେ ସେ ଦିନର ଭୟଙ୍କର ଦୃଶ୍ୟ ଏବେବି ସେମାନଙ୍କ ମନରେ ଭୟ ସୃଷ୍ଟି କରିଛି ଏବଂ ସେମାନେ ସମସ୍ତେ ଆତଙ୍କିତ ଅବସ୍ଥାରେ ଅଛନ୍ତି।
ତେଣୁ ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ବାହନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମଣ୍ଟୋରି ସ୍କୁଲକୁ ଭାଙ୍ଗି ତା’ର ପୁନଃନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/024689fd-a384-44bb-8620-689b2770c781.jpg)