ଜୟନାରାୟଣ ମିଶ୍ରଙ୍କୁ ଅନ୍ତରୀଣ ଜାମିନ

କଟକ: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଜୟ ନାରାୟଣ ମିଶ୍ରଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଶ୍ରୀ ମିଶ୍ରଙ୍କୁ ସ୍ୱାସ୍ଥ୍ୟଗତ କାରଣରୁ ଜୁନ୍‌ ୨୯ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି। ନିମ୍ନ ଅଦାଲତରେ ଜାମିନ ନାମଞ୍ଜୁର ହେବା ପରେ ସେ ହାଇକୋର୍ଟରେ ନିୟମିତ ଜାମିନ ଆବେଦନ ଦାୟର କରିଥିଲେ। ଏଥି ସହିତ ଉପଯୁକ୍ତ ଚିକିତ୍ସା ପାଇଁ ଅନ୍ତରୀଣ ଜାମିନ ଲୋଡି ଆବେଦନ ଦାୟର କରିଥିଲେ। ଆଜି ଜଷ୍ଟିସ ଜେ.ପି.ଦାସଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଶ୍ରୀ ମିଶ୍ରଙ୍କ ମାମଲାର ଶୁଣାଣି ହୋଇଥିଲା। ଖଣ୍ଡପୀଠ ମାମଲାର ଶୁଣାଣି କରି ତାଙ୍କୁ ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାରଙ୍କ ବଦଳରେ ଅନ୍ତରୀଣ ଜାମିନରେ ଛାଡିବା ପାଇଁ ନିମ୍ନ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜୁନ୍‌ ୨୯ରେ ମାମଲାର ପରବର୍ତ୍ତୀ  ସମୟରେ ଆବେଦନକାରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଂପର୍କିତ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନା ଯୋଗ୍ୟ ଜୟ ନାରାୟଣ ମିଶ୍ର  ଏବେ ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଅଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଓ ସରକାରଙ୍କ ପକ୍ଷରୁ ଆଇନଜୀବୀ କରୁଣାକର ନାୟକ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର