କଟକ : ‘ବଡ଼ ଖବର’ର ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କ ଜାମିନ ଶୁଣାଣି ଘୁଞ୍ଚିଛି। ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଆଜି ମାମଲାର ପ୍ରାରମ୍ଭିକ ଶୁଣାଣି ହୋଇଥିଲା। ଅଗଷ୍ଟ ୨୬କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।
ଏଠାରେ ସୂଚନା ଯୋଗ୍ୟ ଯେ ଏକ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଶାଖା ଶ୍ରୀ ଦାସଙ୍କୁ ଗିରଫ କରିଥିଲା। ନିମ୍ନ ଅଦାଲତରେ ଜାମିନ ଖାରଜ ହେବାପରେ ସେ ଗତ ମାସରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ ଓ ଏତଲାକାରୀଙ୍କ ପକ୍ଷରୁ ଆଇନଜୀବୀ ବିଭୂତି ଭୂଷଣ ଚୌଧୁରୀ ମାମଲା ପରିଚାଳନା କରୁଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/Ardhendu-Das-1.jpg)