ଆଜି ବଲାଙ୍ଗୀର ବନ୍ଦ ଡାକରା

Advertisment
ଆଜି ବଲାଙ୍ଗୀର ବନ୍ଦ ଡାକରା

Twitter

ବଲାଙ୍ଗୀର : ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ୍‌ ଥିବା ଅଭିଯୋଗ କରିବା ସହ ମମିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି ଗୁରୁବାର ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଇଛି ବିଜେପି। ଯାନବାହନଠାରୁ ନେଇ ସ୍କୁଲ, କଲେଜ, ଦୋକାନବଜାର ସବୁ କିଛି ବନ୍ଦ କରାଯିବ ବୋଲି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ସୂଚନା ଦେଇଛନ୍ତି।

ମମିତାଙ୍କୁ ନ୍ୟାୟ ଦିଆଯାଉ ବୋଲି ସେ ଦାବି କରିବା ସହ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ତୁରନ୍ତ ମନ୍ତ୍ରୀଙ୍କୁ ବହିଷ୍କାର କରାଯାଉ ବୋଲି କହିଛନ୍ତି। ଜରୁରୀକାଳୀନ ସେବାକୁ ଛାଡ଼ିଦେଲେ ବାକି ସବୁ ବନ୍ଦ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଅନ୍ୟପଟେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ବଲାଙ୍ଗୀର ଜିଲ୍ଲା ଶାଖା ପକ୍ଷରୁ ମଧ୍ୟ ବନ୍ଦ ଡାକରା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe